ପ୍ରଥମ ରାଜାବଳୀ 15

ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍‍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।

1 Kings 15:28 (UKJV) Even in the third year of Asa king of Judah did Baasha slay him, and reigned in his position.

26ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।

27ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।

28ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍‍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।

29ପୁଣି, ସେ ରାଜା ହେବାକ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।

30କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.