29ପୁଣି, ସେ ରାଜା ହେବାକ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।
30କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।
31ଏହି ନାଦବ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
32ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
33ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ୱ କଲେ।