32ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
33ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ୱ କଲେ।
34ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।