ପ୍ରଥମ ରାଜାବଳୀ 15

ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।

1 Kings 15:4 (UKJV) Nevertheless for David's sake did the LORD his God give him a lamp in Jerusalem, to set up his son after him, and to establish Jerusalem:

2ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ୱ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।

3ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।

4ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।

5କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।

6ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.