7ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।
8ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।
9ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
10ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ୱ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
11ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।