ପ୍ରଥମ ରାଜାବଳୀ 16

ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।

1 Kings 16:10 (UKJV) And Zimri went in and stroke him, and killed him, in the twenty and seventh year of Asa king of Judah, and reigned in his position.

8ଯିହୁଦାର ଆସା ରାଜାଙ୍କ ରାଜତ୍ଵର ଛବିଶ ବର୍ଷରେ ବାଶାଙ୍କର ପୁତ୍ର ଏଲା ତିର୍ସାରେ ଇସ୍ରାଏଲ ବଂଶ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।

9ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ;

10ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।

11ପୁଣି, ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବା ମାତ୍ର ସେ ବାଶାଙ୍କର ସମୁଦାୟ ବଂଶକୁ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ।

12ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.