ପ୍ରଥମ ରାଜାବଳୀ 16

ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;

1 Kings 16:12 (UKJV) Thus did Zimri destroy all the house of Baasha, according to the word of the LORD, which he spoke against Baasha by Jehu the prophet.

10ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।

11ପୁଣି, ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବା ମାତ୍ର ସେ ବାଶାଙ୍କର ସମୁଦାୟ ବଂଶକୁ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ।

12ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;

13ବାଶା ଓ ତାଙ୍କର ପୁତ୍ର ଏଲା ଆପଣାମାନଙ୍କ ଅସାରତା ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଯେଉଁ ପାପ କଲେ ଓ ଇସ୍ରାଏଲକୁ ପାପ କରାଇଲେ, ବାଶାଙ୍କର ସେହି ସମସ୍ତ ପାପ ଓ ତାଙ୍କର ପୁତ୍ର ଏଲାଙ୍କର ପାପ ଏଥିର କାରଣ।

14ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.