ପ୍ରଥମ ରାଜାବଳୀ 16

ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?

1 Kings 16:14 (UKJV) Now the rest of the acts of Elah, and all that he did, are they not written in the book of the chronicles of the kings of Israel?

12ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;

13ବାଶା ଓ ତାଙ୍କର ପୁତ୍ର ଏଲା ଆପଣାମାନଙ୍କ ଅସାରତା ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଯେଉଁ ପାପ କଲେ ଓ ଇସ୍ରାଏଲକୁ ପାପ କରାଇଲେ, ବାଶାଙ୍କର ସେହି ସମସ୍ତ ପାପ ଓ ତାଙ୍କର ପୁତ୍ର ଏଲାଙ୍କର ପାପ ଏଥିର କାରଣ।

14ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?

15ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ସିମ୍ରି ତିର୍ସାରେ ସାତ ଦିନ ରାଜତ୍ୱ କଲେ। ସେହି ସମୟରେ ଲୋକମାନେ ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ବିରୁଦ୍ଧରେ ଛାଉଣି ସ୍ଥାପନ କରିଥିଲେ।

16ଏଥିମଧ୍ୟରେ ଛାଉଣି ସ୍ଥାପନ କରିଥିବା ଲୋକମାନେ ଶୁଣିଲେ ଯେ, ସିମ୍ରି ଚକ୍ରାନ୍ତ କରିଅଛନ୍ତି, ମଧ୍ୟ ରାଜାଙ୍କୁ ବଧ କରିଅଛନ୍ତି; ଏହେତୁ ସମସ୍ତ ଇସ୍ରାଏଲ ସେହି ଦିନ ଛାଉଣି ମଧ୍ୟରେ ଅମ୍ରି ନାମକ ସେନାପତିଙ୍କୁ ଇସ୍ରାଏଲ ଉପରେ ରାଜା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.