ପ୍ରଥମ ରାଜାବଳୀ 16

ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;

1 Kings 16:18 (UKJV) And it came to pass, when Zimri saw that the city was taken, that he went into the palace of the king's house, and burnt the king's house over him with fire, and died.

16ଏଥିମଧ୍ୟରେ ଛାଉଣି ସ୍ଥାପନ କରିଥିବା ଲୋକମାନେ ଶୁଣିଲେ ଯେ, ସିମ୍ରି ଚକ୍ରାନ୍ତ କରିଅଛନ୍ତି, ମଧ୍ୟ ରାଜାଙ୍କୁ ବଧ କରିଅଛନ୍ତି; ଏହେତୁ ସମସ୍ତ ଇସ୍ରାଏଲ ସେହି ଦିନ ଛାଉଣି ମଧ୍ୟରେ ଅମ୍ରି ନାମକ ସେନାପତିଙ୍କୁ ଇସ୍ରାଏଲ ଉପରେ ରାଜା କଲେ।

17ତହୁଁ ଅମ୍ରି ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଗିବ୍ବଥୋନରୁ ଯାତ୍ରା କରି ତିର୍ସା ଅବରୋଧ କଲେ।

18ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;

19ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରିବାରେ, ଯାରବୀୟାମଙ୍କର ପଥରେ ଚାଲିବାରେ ଓ ଇସ୍ରାଏଲକୁ ପାପ କରାଇବାରେ ଆପେ ଯେଉଁ ପାପ କଲେ, ତାଙ୍କ କୃତ ସେହି ପାପ ସକାଶୁ ମଲେ।

20ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କ କୃତ ରାଜଦ୍ରୋହ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.