1ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
2“ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;
3ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।
4ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।”