ପ୍ରଥମ ରାଜାବଳୀ 16

ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କ କୃତ ରାଜଦ୍ରୋହ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

1 Kings 16:20 (UKJV) Now the rest of the acts of Zimri, and his treason that he wrought, are they not written in the book of the chronicles of the kings of Israel?

18ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;

19ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରିବାରେ, ଯାରବୀୟାମଙ୍କର ପଥରେ ଚାଲିବାରେ ଓ ଇସ୍ରାଏଲକୁ ପାପ କରାଇବାରେ ଆପେ ଯେଉଁ ପାପ କଲେ, ତାଙ୍କ କୃତ ସେହି ପାପ ସକାଶୁ ମଲେ।

20ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କ କୃତ ରାଜଦ୍ରୋହ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

21ସେସମୟରେ ଇସ୍ରାଏଲ ଲୋକମାନେ ଦୁଇ ଭାଗରେ ବିଭକ୍ତ ହେଲେ; ଅର୍ଦ୍ଧେକ ଲୋକ ଗୀନତର ପୁତ୍ର ତିବ୍ନିକୁ ରାଜା କରିବା ପାଇଁ ତାହାର ଅନୁଗାମୀ ହେଲେ ଓ ଅର୍ଦ୍ଧେକ ଅମ୍ରିଙ୍କର ଅନୁଗାମୀ ହେଲେ।

22ମାତ୍ର ଅମ୍ରିଙ୍କର ଅନୁଗାମୀ ଲୋକମାନେ ଗୀନତର ପୁତ୍ର ତିବ୍ନିର ଅନୁଗାମୀ ଲୋକମାନଙ୍କୁ ପରାସ୍ତ କଲେ; ତିବ୍ନି ମଲା ଓ ଅମ୍ରି ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.