ପ୍ରଥମ ରାଜାବଳୀ 16

ସେସମୟରେ ଇସ୍ରାଏଲ ଲୋକମାନେ ଦୁଇ ଭାଗରେ ବିଭକ୍ତ ହେଲେ; ଅର୍ଦ୍ଧେକ ଲୋକ ଗୀନତର ପୁତ୍ର ତିବ୍ନିକୁ ରାଜା କରିବା ପାଇଁ ତାହାର ଅନୁଗାମୀ ହେଲେ ଓ ଅର୍ଦ୍ଧେକ ଅମ୍ରିଙ୍କର ଅନୁଗାମୀ ହେଲେ।

1 Kings 16:21 (UKJV) Then were the people of Israel divided into two parts: half of the people followed Tibni the son of Ginath, to make him king; and half followed Omri.

19ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରିବାରେ, ଯାରବୀୟାମଙ୍କର ପଥରେ ଚାଲିବାରେ ଓ ଇସ୍ରାଏଲକୁ ପାପ କରାଇବାରେ ଆପେ ଯେଉଁ ପାପ କଲେ, ତାଙ୍କ କୃତ ସେହି ପାପ ସକାଶୁ ମଲେ।

20ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କ କୃତ ରାଜଦ୍ରୋହ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

21ସେସମୟରେ ଇସ୍ରାଏଲ ଲୋକମାନେ ଦୁଇ ଭାଗରେ ବିଭକ୍ତ ହେଲେ; ଅର୍ଦ୍ଧେକ ଲୋକ ଗୀନତର ପୁତ୍ର ତିବ୍ନିକୁ ରାଜା କରିବା ପାଇଁ ତାହାର ଅନୁଗାମୀ ହେଲେ ଓ ଅର୍ଦ୍ଧେକ ଅମ୍ରିଙ୍କର ଅନୁଗାମୀ ହେଲେ।

22ମାତ୍ର ଅମ୍ରିଙ୍କର ଅନୁଗାମୀ ଲୋକମାନେ ଗୀନତର ପୁତ୍ର ତିବ୍ନିର ଅନୁଗାମୀ ଲୋକମାନଙ୍କୁ ପରାସ୍ତ କଲେ; ତିବ୍ନି ମଲା ଓ ଅମ୍ରି ରାଜ୍ୟ କଲେ।

23ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଏକତିରିଶ ବର୍ଷରେ ଅମ୍ରି ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ; ତିର୍ସାରେ ସେ ଛଅ ବର୍ଷ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.