ପ୍ରଥମ ରାଜାବଳୀ 16

କାରଣ ସେ ନବାଟର ପୁତ୍ର ଯାରବୀୟାମଙ୍କର ସକଳ ପଥରେ ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ଆପଣାମାନଙ୍କ ଅସାରତା ଦ୍ୱାରା ବିରକ୍ତ କରିବା ପାଇଁ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପ-ପଥରେ ଅମ୍ରି ଚାଲିଲେ।

1 Kings 16:26 (UKJV) For he walked in all the way of Jeroboam the son of Nebat, and in his sin wherewith he made Israel to sin, to provoke the LORD God of Israel to anger with their vanities.

24ପୁଣି, ସେ ଦୁଇ ତାଳନ୍ତ ରୂପାରେ ଶେମରଠାରୁ ଶମିରୋଣ୍‍ ପର୍ବତ କ୍ରୟ କଲେ ଓ ସେହି ପର୍ବତ ଉପରେ ଏକ ନଗର ନିର୍ମାଣ କରି ସେହି ପର୍ବତର ଅଧିକାରୀ ଶେମରର ନାମାନୁସାରେ ଆପଣା ନିର୍ମିତ ନଗରର ନାମ ଶମରୀୟା ରଖିଲେ।

25ଆଉ ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ତାଙ୍କର ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ଅଧିକ ଦୁଷ୍ଟାଚରଣ କଲେ।

26କାରଣ ସେ ନବାଟର ପୁତ୍ର ଯାରବୀୟାମଙ୍କର ସକଳ ପଥରେ ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ଆପଣାମାନଙ୍କ ଅସାରତା ଦ୍ୱାରା ବିରକ୍ତ କରିବା ପାଇଁ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପ-ପଥରେ ଅମ୍ରି ଚାଲିଲେ।

27ଅମ୍ରିଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କ ପ୍ରକାଶିତ ପରାକ୍ରମସବୁ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

28ଅମ୍ରିଙ୍କ ମୃତ୍ୟୁ ପରେ, ସେ ଶମରୀୟାରେ କବରପ୍ରାପ୍ତ ହେଲେ; ପୁଣି, ତାଙ୍କର ପୁତ୍ର ଆହାବ ତାହାଙ୍କ ପଦରେ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.