26କାରଣ ସେ ନବାଟର ପୁତ୍ର ଯାରବୀୟାମଙ୍କର ସକଳ ପଥରେ ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ଆପଣାମାନଙ୍କ ଅସାରତା ଦ୍ୱାରା ବିରକ୍ତ କରିବା ପାଇଁ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପ-ପଥରେ ଅମ୍ରି ଚାଲିଲେ।
27ଅମ୍ରିଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କ ପ୍ରକାଶିତ ପରାକ୍ରମସବୁ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
28ଅମ୍ରିଙ୍କ ମୃତ୍ୟୁ ପରେ, ସେ ଶମରୀୟାରେ କବରପ୍ରାପ୍ତ ହେଲେ; ପୁଣି, ତାଙ୍କର ପୁତ୍ର ଆହାବ ତାହାଙ୍କ ପଦରେ ରାଜ୍ୟ କଲେ।
29ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଅମ୍ରିଙ୍କର ପୁତ୍ର ଆହାବ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ଅମ୍ରିଙ୍କ ପୁତ୍ର ଆହାବ ଶମରୀୟାରେ ଇସ୍ରାଏଲ ଉପରେ ବାଇଶ ବର୍ଷ ରାଜ୍ୟ କଲେ।
30ପୁଣି, ଅମ୍ରିଙ୍କ ପୁତ୍ର ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ସଦାପ୍ରଭୁଙ୍କ ଦୃଷ୍ଟିରେ ଅଧିକ କୁକର୍ମ କଲେ।