ପ୍ରଥମ ରାଜାବଳୀ 16

ଆଉ ସେ ଶମରୀୟାସ୍ଥିତ ଆପଣା ନିର୍ମିତ ବାଲ୍‍ର ଗୃହରେ ବାଲ୍‍ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲେ।

1 Kings 16:32 (UKJV) And he reared up an altar for Baal in the house of Baal, which he had built in Samaria.

30ପୁଣି, ଅମ୍ରିଙ୍କ ପୁତ୍ର ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ସଦାପ୍ରଭୁଙ୍କ ଦୃଷ୍ଟିରେ ଅଧିକ କୁକର୍ମ କଲେ।

31ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍‍ବାଲ ରାଜାର କନ୍ୟା ଈଷେବଲ୍‍କୁ ବିବାହ କଲେ ଓ ଯାଇ ବାଲ୍‍ର ସେବା କରି ତାହାକୁ ପ୍ରଣାମ କଲେ।

32ଆଉ ସେ ଶମରୀୟାସ୍ଥିତ ଆପଣା ନିର୍ମିତ ବାଲ୍‍ର ଗୃହରେ ବାଲ୍‍ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲେ।

33ଆଉ ଆହାବ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତ ଇସ୍ରାଏଲ ରାଜାଙ୍କ ଅପେକ୍ଷା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଆହୁରି ଅଧିକ ବିରକ୍ତିଜନକ କର୍ମ କଲେ।

34ତାଙ୍କର ସମୟରେ ବେଥେଲୀୟ ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ; ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ଦେଇ ଯାହା କହିଥିଲେ; ସେହି ବାକ୍ୟାନୁସାରେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଅବୀରାମର ମୃତ୍ୟୁୁ ସହିତ ନଗରର ଭିତ୍ତିମୂଳ ସ୍ଥାପନ କଲେ ଓ ଆପଣା କନିଷ୍ଠ ପୁତ୍ର ସଗୂବର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.