ପ୍ରଥମ ରାଜାବଳୀ 16

ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।”

1 Kings 16:4 (UKJV) Him that dies of Baasha in the city shall the dogs eat; and him that dies of his in the fields shall the fowls of the air eat.

2“ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;

3ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।

4ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।”

5ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କ୍ରିୟା ଓ ପରାକ୍ରମ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

6ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.