ପ୍ରଥମ ରାଜାବଳୀ 16

ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ।

1 Kings 16:6 (UKJV) So Baasha slept with his fathers, and was buried in Tirzah: and Elah his son reigned in his position.

4ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।”

5ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କ୍ରିୟା ଓ ପରାକ୍ରମ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

6ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ।

7ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ।

8ଯିହୁଦାର ଆସା ରାଜାଙ୍କ ରାଜତ୍ଵର ଛବିଶ ବର୍ଷରେ ବାଶାଙ୍କର ପୁତ୍ର ଏଲା ତିର୍ସାରେ ଇସ୍ରାଏଲ ବଂଶ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.