ପ୍ରଥମ ରାଜାବଳୀ 17

ତହିଁରେ ସେ ଉଠି ସାରିଫତ୍‍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।”

1 Kings 17:10 (UKJV) So he arose and went to Zarephath. And when he came to the gate of the city, behold, the widow woman was there gathering of sticks: and he called to her, and said, Fetch me, I pray you, a little water in a vessel, that I may drink.

8ଏଥିଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

9ଯଥା, “ଉଠ, ସୀଦୋନର ସାରିଫତ୍‍କୁ ଯାଇ ସେଠାରେ ବାସ କର। ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକୁ ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ।”

10ତହିଁରେ ସେ ଉଠି ସାରିଫତ୍‍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।”

11ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।”

12ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.