12ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”
13ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର।
14କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।”
15ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନ ଯାଏ ଭୋଜନ କଲେ।
16ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।