14କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।”
15ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନ ଯାଏ ଭୋଜନ କଲେ।
16ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।
17ଏହିସବୁ ଘଟଣା ଉତ୍ତାରେ ଗୃହର କର୍ତ୍ତ୍ରୀ ସେହି ସ୍ତ୍ରୀର ପୁତ୍ର ପୀଡ଼ିତ ହେଲା; ପୁଣି, ତାହାର ପୀଡ଼ା ଏପରି ପ୍ରବଳ ହେଲା ଯେ, ତାହାଠାରେ ଶ୍ୱାସବାୟୁ ରହିଲା ନାହିଁ।
18ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”