16ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।
17ଏହିସବୁ ଘଟଣା ଉତ୍ତାରେ ଗୃହର କର୍ତ୍ତ୍ରୀ ସେହି ସ୍ତ୍ରୀର ପୁତ୍ର ପୀଡ଼ିତ ହେଲା; ପୁଣି, ତାହାର ପୀଡ଼ା ଏପରି ପ୍ରବଳ ହେଲା ଯେ, ତାହାଠାରେ ଶ୍ୱାସବାୟୁ ରହିଲା ନାହିଁ।
18ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”
19ତହୁଁ ଏଲୀୟ ତାହାକୁ କହିଲେ, “ମୋତେ ତୁମ୍ଭ ପୁତ୍ରକୁ ଦିଅ।” ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକୁ ଘେନିଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ।
20ପୁଣି, ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କʼଣ ଅମଙ୍ଗଳ ଘଟାଇଲ?”