21ତହୁଁ ବାଳକ ଉପରେ ସେ ତିନି ଥର ଆପଣାକୁ ଲମ୍ବାଇଲେ, ଆଉ ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ବାଳକର ପ୍ରାଣ ତାହା ମଧ୍ୟକୁ ଫେରିଆସୁ।”
22ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି, ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା।
23ତହୁଁ ଏଲୀୟ ବାଳକକୁ ନେଇ କୋଠରିରୁ ଓହ୍ଲାଇ ଗୃହକୁ ଆଣି ତାହାର ମାତାର ହସ୍ତରେ ତାହାକୁ ସମର୍ପଣ କଲେ; ପୁଣି, ଏଲୀୟ କହିଲେ, “ଏହି ଦେଖ, ତୁମ୍ଭର ପୁତ୍ର ଜୀବିତ ହେଲା।”
24ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”