ପ୍ରଥମ ରାଜାବଳୀ 17

ଯଥା, “ତୁମ୍ଭେ ଏଠାରୁ ଯାଇ ପୂର୍ବ ଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟରେ ଆପଣାକୁ ଲୁଚାଅ।

1 Kings 17:3 (UKJV) Get you behind, and turn you eastward, and hide yourself by the brook Cherith, that is before Jordan.

1ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”

2ଏଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

3ଯଥା, “ତୁମ୍ଭେ ଏଠାରୁ ଯାଇ ପୂର୍ବ ଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟରେ ଆପଣାକୁ ଲୁଚାଅ।

4ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।”

5ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟକୁ ଯାଇ ବାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.