ପ୍ରଥମ ରାଜାବଳୀ 17

ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।”

1 Kings 17:4 (UKJV) And it shall be, that you shall drink of the brook; and I have commanded the ravens to feed you there.

2ଏଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

3ଯଥା, “ତୁମ୍ଭେ ଏଠାରୁ ଯାଇ ପୂର୍ବ ଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟରେ ଆପଣାକୁ ଲୁଚାଅ।

4ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।”

5ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟକୁ ଯାଇ ବାସ କଲେ।

6ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.