7ପୁଣି, ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା।
8ଏଥିଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
9ଯଥା, “ଉଠ, ସୀଦୋନର ସାରିଫତ୍କୁ ଯାଇ ସେଠାରେ ବାସ କର। ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକୁ ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ।”
10ତହିଁରେ ସେ ଉଠି ସାରିଫତ୍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।”
11ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।”