12ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲା କ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
13ଈଷେବଲ୍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?
14ତଥାପି ଆପଣ ଏବେ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି;’ ତହିଁରେ ସେ ମୋତେ ବଧ କରିବେ।”
15ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”
16ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।