ପ୍ରଥମ ରାଜାବଳୀ 18

ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”

1 Kings 18:15 (UKJV) And Elijah said, As the LORD of hosts lives, before whom I stand, I will surely show myself unto him to day.

13ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?

14ତଥାପି ଆପଣ ଏବେ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି;’ ତହିଁରେ ସେ ମୋତେ ବଧ କରିବେ।”

15ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”

16ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।

17ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କʼଣ ତୁମ୍ଭେ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.