ପ୍ରଥମ ରାଜାବଳୀ 18

ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍‍ର ମେଜରେ ଭୋଜନକାରୀ ବାଲ୍‍ର ଚାରି ଶହ ପଚାଶ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍‍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”

1 Kings 18:19 (UKJV) Now therefore send, and gather to me all Israel unto mount Carmel, and the prophets of Baal four hundred and fifty, and the prophets of the groves four hundred, which eat at Jezebel's table.

17ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କʼଣ ତୁମ୍ଭେ?”

18ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍‍ ଦେବଗଣର ଅନୁଗାମୀ ହୋଇଅଛ।

19ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍‍ର ମେଜରେ ଭୋଜନକାରୀ ବାଲ୍‍ର ଚାରି ଶହ ପଚାଶ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍‍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”

20ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।

21ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍‍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.