ପ୍ରଥମ ରାଜାବଳୀ 18

ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।

1 Kings 18:2 (UKJV) And Elijah went to show himself unto Ahab. And there was a sore famine in Samaria.

1ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।”

2ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।

3ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।

4ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.