18ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍ ଦେବଗଣର ଅନୁଗାମୀ ହୋଇଅଛ।
19ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରି ଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”
20ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।
21ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
22ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍ର ଭବିଷ୍ୟଦ୍ବକ୍ତା ଚାରି ଶହ ପଚାଶ ଜଣ ଅଛନ୍ତି।