24ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି, ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ୱାରା ଉତ୍ତର ଦେବେ, ସେ ପରମେଶ୍ୱର ହେଉନ୍ତୁ।” ଏଥିରେ ସମସ୍ତ ଲୋକ ଉତ୍ତର କଲେ, “ଏ କଥା ଉତ୍ତମ।”
25ଏଥିଉତ୍ତାରେ ଏଲୀୟ ବାଲ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ।”
26ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।
27ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, “ଉଚ୍ଚସ୍ୱର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ।”
28ପୁଣି, ସେମାନେ ଉଚ୍ଚସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ।