29ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ।
30ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋʼ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।
31ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।
32ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ।
33ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ଡ ଖଣ୍ଡ କରି କାଟି କାଷ୍ଠ ଉପରେ ଥୋଇଲେ। ଆଉ ସେ କହିଲେ, “ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ।”