ପ୍ରଥମ ରାଜାବଳୀ 18

ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”

1 Kings 18:36 (UKJV) And it came to pass at the time of the offering of the evening sacrifice, that Elijah the prophet came near, and said, LORD God of Abraham, Isaac, and of Israel, let it be known this day that you are God in Israel, and that I am your servant, and that I have done all these things at your word.

34ପୁଣି, ସେ କହିଲେ, “ଦ୍ୱିତୀୟ ଥର ତାହା କର,” ତହୁଁ ସେମାନେ ଦ୍ୱିତୀୟ ଥର ତାହା କଲେ। ଆହୁରି ସେ କହିଲେ, “ତୃତୀୟ ଥର ତାହା କର,” ତହୁଁ ସେମାନେ ତୃତୀୟ ଥର ତାହା କଲେ।

35ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ।

36ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”

37ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋʼ କଥା ଶୁଣ, ହେ ସଦାପ୍ରଭୋ, ମୋʼ କଥା ଶୁଣ।

38ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.