35ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ।
36ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
37ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋʼ କଥା ଶୁଣ, ହେ ସଦାପ୍ରଭୋ, ମୋʼ କଥା ଶୁଣ।
38ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
39ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”