38ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
39ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”
40ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।
41ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠିଯାଇ ଭୋଜନପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”
42ତହୁଁ ଆହାବ ଭୋଜନପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।