ପ୍ରଥମ ରାଜାବଳୀ 18

ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠିଯାଇ ଭୋଜନପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”

1 Kings 18:41 (UKJV) And Elijah said unto Ahab, Get you up, eat and drink; for there is a sound of abundance of rain.

39ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”

40ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।

41ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠିଯାଇ ଭୋଜନପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”

42ତହୁଁ ଆହାବ ଭୋଜନପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।

43ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ର ଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.