40ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।
41ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠିଯାଇ ଭୋଜନପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”
42ତହୁଁ ଆହାବ ଭୋଜନପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।
43ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ର ଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।”
44ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”