44ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”
45ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।
46ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।