5ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”
6ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟଆଡ଼େ ଗଲା।
7ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କʼଣ ମୋʼ ପ୍ରଭୁ ଏଲୀୟ?”
8ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ‘ଦେଖ, ଏଲୀୟ ଏଠାରେ ଅଛନ୍ତି।’”
9ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?