ପ୍ରଥମ ରାଜାବଳୀ 18

ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?

1 Kings 18:9 (UKJV) And he said, What have I sinned, that you would deliver your servant into the hand of Ahab, to slay me?

7ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କʼଣ ମୋʼ ପ୍ରଭୁ ଏଲୀୟ?”

8ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ‘ଦେଖ, ଏଲୀୟ ଏଠାରେ ଅଛନ୍ତି।’”

9ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?

10ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ‘ସେ ଏଠାରେ ନାହିଁ’ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକୁ ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।

11ଏବେ ଆପଣ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.