1ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗରେ ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍କୁ ଜଣାଇଲେ।
2ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
3ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।