13ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”
14ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
15ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;
16ଆଉ ନିମ୍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍-ମହୋଲା ନିବାସୀ ଶାଫଟ୍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍ବକ୍ତା କରି ଅଭିଷେକ କର।
17ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।