15ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;
16ଆଉ ନିମ୍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍-ମହୋଲା ନିବାସୀ ଶାଫଟ୍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍ବକ୍ତା କରି ଅଭିଷେକ କର।
17ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।
18ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ଯେଉଁମାନଙ୍କର ଆଣ୍ଠୁ ବାଲ୍ ସମ୍ମୁଖରେ ନତ ହୋଇ ନାହିଁ ଓ ଯେଉଁମାନଙ୍କର ମୁଖ ତାହାକୁ ଚୁମ୍ବନ କରି ନାହିଁ।”
19ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟ୍ର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ। ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ।