ପ୍ରଥମ ରାଜାବଳୀ 19

ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନପାନ କରି ପୁନର୍ବାର ଶୟନ କଲେ।

1 Kings 19:6 (UKJV) And he looked, and, behold, there was a cake baked on the coals, and a cruse of water at his head. And he did eat and drink, and laid him down again.

4ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”

5ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”

6ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନପାନ କରି ପୁନର୍ବାର ଶୟନ କଲେ।

7ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”

8ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.