10ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।
11ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
12ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।
13ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ?” ସେ ଉତ୍ତର କଲା, “କୁଶଳରେ।”
14ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍ଶେବା କହିଲେ, “କୁହ।”