ପ୍ରଥମ ରାଜାବଳୀ 2

ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍‍ଶେବା କହିଲେ, “କୁହ।”

1 Kings 2:14 (UKJV) He said moreover, I have somewhat to say unto you. And she said, Say on.

12ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।

13ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ?” ସେ ଉତ୍ତର କଲା, “କୁଶଳରେ।”

14ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍‍ଶେବା କହିଲେ, “କୁହ।”

15ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।

16ଏଣୁ ଏବେ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି, ମୋତେ ମନା ନ କର।” ବତ୍‍ଶେବା ତାହାକୁ କହିଲେ, “କୁହ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.