ପ୍ରଥମ ରାଜାବଳୀ 2

ଏଥିରେ ସେ କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।”

1 Kings 2:21 (UKJV) And she said, Let Abishag the Shunammite be given to Adonijah your brother to wife.

19ଏହେତୁ ବତ୍‍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ।

20ତେବେ ସେ କହିଲେ, “ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର।” ତହୁଁ ରାଜା ତାଙ୍କୁ କହିଲେ, “ମୋହର ମାତା, କୁହ; କାରଣ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।”

21ଏଥିରେ ସେ କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।”

22ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।”

23ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.