ପ୍ରଥମ ରାଜାବଳୀ 2

ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।”

1 Kings 2:24 (UKJV) Now therefore, as the LORD lives, which has established me, and set me on the throne of David my father, and who has made me an house, as he promised, Adonijah shall be put to death this day.

22ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।”

23ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।

24ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।”

25ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା।

26ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.