25ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା।
26ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।”
27ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ।
28ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
29ଏଉତ୍ତାରେ ଦେଖ, “ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି,” ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯାଆନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର।