ପ୍ରଥମ ରାଜାବଳୀ 2

ତେବେ ରାଜା ତାହାକୁ କହିଲେ, “ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼ ଠାରୁ ଓ ମୋʼ ପିତୃଗୃହରୁ ଦୂର କରିବ।

1 Kings 2:31 (UKJV) And the king said unto him, Do as he has said, and fall upon him, and bury him; that you may take away the innocent blood, which Joab shed, from me, and from the house of my father.

29ଏଉତ୍ତାରେ ଦେଖ, “ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି,” ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯାଆନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର।

30ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ତାହାକୁ କହିଲା, “ରାଜା କହିଅଛନ୍ତି, ବାହାରକୁ ଆସ।” ମାତ୍ର ସେ କହିଲା, “ନା, ମୁଁ ଏଠାରେ ମରିବି।” ଏଥିରେ ବନାୟ ପୁଣି, ରାଜାଙ୍କ ନିକଟକୁ ସମ୍ବାଦ ଆଣି କହିଲା, “ଯୋୟାବ ଏପରି କହିଲା ଓ ମୋତେ ଏପରି ଉତ୍ତର ଦେଲା।”

31ତେବେ ରାଜା ତାହାକୁ କହିଲେ, “ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼ ଠାରୁ ଓ ମୋʼ ପିତୃଗୃହରୁ ଦୂର କରିବ।

32ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।

33ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.